ପାକ୍‌ ସେନାର ଅସ୍ତ୍ରବିରତି ଉଲ୍ଲଂଘନ, ଜଣେ ଯବାନ ଶହୀଦ

WhatsApp Image 2020-06-12 at 8.58.14 AM.

ଜାମ୍ମୁ: ଜାମ୍ମୁ-କାଶ୍ମୀରର ନୌସେରା ସେକ୍ଟରରେ ପାକ୍‌ ସେନା ପକ୍ଷରୁ ଶୁକ୍ରବାର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି। ଏଥିରେ ଜଣେ ଯବାନ ଶହୀଦ ହୋଇଛନ୍ତି। ଭାରତୀୟ ସୀମାରେ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଇବା ଲାଗି ପାକ୍‌ ସେନା ପକ୍ଷରୁ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଉଛି। ଶୁକ୍ରବାର ଭୋର ସମୟରେ ହୋଇଥିବା ଅସ୍ତ୍ରବିରତି ଉଲ୍ଲଂଘନରେ ପାକ୍‌ ସେନା ପକ୍ଷରୁ ଲଗାତାର ଭାରତୀୟ ସେନା ଶିବିରକୁ ଟାର୍ଗେଟ କରି ଗୁଳିମାଡ଼ କରାଯାଇଥିଲା। ଭାରତୀୟ ସେନା ପକ୍ଷରୁ ମଧ୍ୟ ଏହାର କଡ଼ା ଜବାବ ଦିଆଯାଇଥିଲା। ମାତ୍ର ଏଥିରେ ଜଣେ ଯବାନ ଶହୀଦ ହୋଇଯାଇଥିଲେ।